ରାଜ୍ୟ ମନ୍ତ୍ରିମଣ୍ଡଳର ୧୨ ଫୈସଲା: କେଜିରୁ ପିଜି ଶିକ୍ଷା ଦେୟ ମୁକ୍ତ, ୧୦ମ ଶ୍ରେଣୀ ଯାଏଁ ମଧ୍ୟାହ୍ନ ଭୋଜନ

ରାଜ୍ୟ
Spread the love

ଭୁବନେଶ୍ୱର: ଆଜି (ବୁଧବାର) ରାଜ୍ୟ ମନ୍ତ୍ରୀପରିଷଦ ୪୨ତମ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବାଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମ୍ପର୍କିତ ପାରିତ ଗୋଟିଏ ପ୍ରସ୍ତାବ ସହ ୧୨ଟି ପ୍ରସ୍ତାବ ଗୃହୀତ ହୋଇଛି।
ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମକୁ ମନ୍ତ୍ରିପରିଷଦର ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। ସୂଚନାନୁସାରେ, ବୈଠକରେ ୮ ଟି ବିଭାଗର ୧୨ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l ଉଚ୍ଚଶିକ୍ଷା ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗର ୨ ଟି, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗର ୧ଟି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୧ଟି, ନିର୍ମାଣ ବିଭାଗର ୨ଟି, ଜଳସମ୍ପଦ ବିଭାଗର ୩ଟି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୧ଟି, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ବିଭାଗର ୧ଟି ଏହିପରି ୮ଟି ବିଭାଗର ମୋଟ ୧୨ ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l

ଜ୍ଞାନୋଦୟ-ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜି ରୁ ପିଜି ପର୍ଯ୍ୟନ୍ତ ଓଡିଶାର ସମସ୍ତ ଛାତ୍ରଛାତ୍ରୀଙ୍କୁ ମାଗଣା ଶିକ୍ଷା ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈଠକରେ ଅଧ୍ୟକ୍ଷତା କରି କହିଲେ ଏହା ଐତିହାସିକ ନିଷ୍ପତ୍ତି। ଯାହା ଦ୍ବାରା ଦ୍ୱାରା ରାଜ୍ୟର ଛାତ୍ରଛାତ୍ରୀ ଆଉ ଆର୍ଥିକ ଅଭାବ କାରଣରୁ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ। କିମ୍ବା ପାଠପଢା ମଝିରୁ ପାଠ ଛାଡିବେ ନାହିଁ। ରାଜ୍ୟର ଛାତ୍ରଛାତ୍ରୀମାନଙ୍କ ପାଇଁ ଗୁଣାତ୍ମକ ଶିକ୍ଷାକୁ ଅଧିକ ସହଜ ଲଭ୍ୟ, ସମାନତା ଭିତ୍ତିକ ଏବଂ ସୁଲଭ କରିବା ପାଇଁ ଏହି ପଦକ୍ଷେପ। ଏହି ଯୋଜନା ଅଧୀନରେ, ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗ ଅଧୀନ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ଅନୁଷ୍ଠାନଗୁଡ଼ିକରେ ରେଗୁଲାର୍ ପାଠ୍ୟକ୍ରମରେ ନାମ ଲେଖାଇଥିବା ଯୋଗ୍ୟ ଛାତ୍ରଛାତ୍ରୀମାନଙ୍କୁ ସମ୍ପୂର୍ଣ୍ଣ ନାମଲେଖା ଫି ଛାଡ଼ କରାଯିବ। ଚଳିତ ଶିକ୍ଷାବର୍ଷ ୨୦୨୬-୨୭ରୁ ଏହା କାର୍ଯ୍ୟକାରୀ ହେବ। ଏହି ଯୋଜନାରେ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ନବମରୁ ଦ୍ୱାଦଶ ଶ୍ରେଣୀରେ ପଢୁଥିବା ଛାତ୍ରଛାତ୍ରୀଙ୍କ ସମେତ ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ, ସରକାରୀ କଲେଜ ଏବଂ ସରକାରୀ ଅନୁଦାନପ୍ରାପ୍ତ କଲେଜଗୁଡ଼ିକରେ ନିୟମିତ ଭାବେ ସ୍ନାତକ ଏବଂ ସ୍ନାତକୋତ୍ତର ପାଠ୍ୟକ୍ରମ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ଅନ୍ତର୍ଭୁକ୍ତ କରାଯିବ। ଓଡ଼ିଶାରେ କେଜିରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷା ପୂର୍ବରୁ ଦେୟମୁକ୍ତ ଥିଲା। ଏବେ ଏହି ପଦକ୍ଷେପ ରାଜ୍ୟ ସରକାରଙ୍କ କେଜି ରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରାଯିବ। ସ୍କୁଲ୍ ଓ କଲେଜର ଉପସ୍ଥାନରେ ସୁଧାର ଆସିବ, ପାଠପଢ଼ା ଅଧାରୁ ଛାଡ଼ିବା ହାର ହ୍ରାସ ହେବ ଏବଂ ଅଧିକରୁ ଅଧିକ ଛାତ୍ରଛାତ୍ରୀ ବିନା କୌଣସି ବାଧାରେ ଉଚ୍ଚଶିକ୍ଷା ଜାରି ରଖିବାରେ ସକ୍ଷମ ହେବେ। ଏହି ଯୋଜନାର ଲାଭ କେବଳ ଯୋଗ୍ୟ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ଅନୁଷ୍ଠାନଗୁଡ଼ିକ ଦ୍ୱାରା ପରିଚାଳିତ ନିୟମିତ ପାଠ୍ୟକ୍ରମର ଛାତ୍ରଛାତ୍ରୀମାନଙ୍କୁ ହିଁ ମିଳିବ।

ସେଲ୍ଫ-ଫାଇନାନ୍‌ସିଙ୍ଗ୍ ପାଠ୍ୟକ୍ରମ କିମ୍ବା ଅନୁଷ୍ଠାନ, ବେସରକାରୀ ଅଣ-ଅନୁଦାନପ୍ରାପ୍ତ ଅନୁଷ୍ଠାନ, ପିପିପି ମୋଡ୍‌ର ଅନୁଷ୍ଠାନ ଓ ପାଠ୍ୟକ୍ରମ, ଏବଂ ବୃତ୍ତିଗତ ଓ ବୈଷୟିକ କାର୍ଯ୍ୟକ୍ରମଗୁଡ଼ିକୁ ଏହି ଯୋଜନାର ପରିସରଭୁକ୍ତ ନୁହେଁ। ଆସନ୍ତା ୫ ବର୍ଷରେ ୪୬୭କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ସରକାରୀ ଓ ଅନୁଦାନପ୍ରାପ୍ତ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ୨୦୨୬-୨୭ରୁ ନାମଲେଖା ସଂପୂର୍ଣ୍ଣ ଦେୟମୁକ୍ତ ହେବ। ଏହି ବାବଦରେ ବାର୍ଷିକ ୮୯୫କୋଟି ଟଙ୍କା ସରକାର ବହନ କରିବେ। ୫ବର୍ଷ‌ରେ ସରକାର ୫୪୬୭କୋଟି ଟଙ୍କା ବ୍ୟୟ ହେବ। ‌ସେହିପରି ନବମ ଓ ଦଶମ ଛାତ୍ରଛାତ୍ରୀଙ୍କୁ ମଧ୍ୟ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମରେ ସାମିଲ କରାଯାଇଛି। ଏଥିରେ ୫୭ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏହା ବାବଦରେ ୫ ବର୍ଷରେ ୪୨୨୪କୋଟି ଟଙ୍କା ବ୍ୟୟ‌ ହେବ।

Leave a Reply

Your email address will not be published. Required fields are marked *