ଦନ୍ତ ଚିକିତ୍ସକଙ୍କ ପାଇଁ ମାସିକ ୨୦,୦୦୦ ଟଙ୍କା ପ୍ରୋତ୍ସାହନ ଘୋଷଣା

ରାଜ୍ୟ
Spread the love

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକମାନଙ୍କ ପାଇଁ ଏକ ବଡ଼ ପ୍ରୋତ୍ସାହନ ଘୋଷଣା କରାଯାଇଛି। ସରକାରଙ୍କ ନୂତନ ନିଷ୍ପତ୍ତି ଅନୁଯାୟୀ, ଏନଏମସି ଦ୍ୱାରା ସ୍ୱୀକୃତ ମେଡିକାଲ କଲେଜରୁ ପୋଷ୍ଟ-ଗ୍ରାଜୁଏସନ୍ ଯୋଗ୍ୟତା ହାସଲ କରିଥିବା ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟରତ ଦନ୍ତ ଚିକିତ୍ସକମାନଙ୍କୁ ପ୍ରତିମାସ ୨୦,୦୦୦ ଟଙ୍କା ପ୍ରୋତ୍ସାହନ ପ୍ରଦାନ କରାଯିବ।
ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ଏହି ଅବସରରେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଆମ ସରକାର ପୋଷ୍ଟ-ଗ୍ରାଜୁଏସନ୍ ଯୋଗ୍ୟତାପ୍ରାପ୍ତ ଦନ୍ତ ଚିକିତ୍ସକମାନଙ୍କୁ ସରକାରୀ ସେବାରେ ଉତ୍ସାହିତ କରିବା ସହ ରାଜ୍ୟର ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥାରେ ବିଶେଷଜ୍ଞ ଦନ୍ତ ଚିକିତ୍ସା ସେବାକୁ ଆହୁରି ସୁଦୃଢ଼ କରିବା ଦିଗରେ ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଶ୍ଚିତ ରୂପେ ଆଗାମୀ ଦିନରେ ସ୍ବାସ୍ଥ୍ୟ ସେବାକୁ ସୁଦୃଢ କରିବ। ଏହି ପ୍ରସ୍ତାବକୁ ଅର୍ଥ ବିଭାଗର ସମ୍ମତି ମିଳିବା ପରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ନୋଟିଫିକେସନ୍ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *