ସାଧୁଚରଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ସେବା ସଂକଳ୍ପ ୨୦୨୬’ ପାଳିତ: କୃତୀ ଛାତ୍ରଛାତ୍ରୀ ପୁରସ୍କୃତ

ରାଜ୍ୟ
Spread the love

କଟକ ସଦର :  କଟକ ସଦର ବ୍ଲକ୍ ଅନ୍ତର୍ଗତ ବୋଧପୁର ପଞ୍ଚାୟତ ସ୍ଥିତ ସାଧୁଚରଣ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ସେବା ସଂକଳ୍ପ ୨୦୨୬’ ଦିବସ ଉପଲକ୍ଷେ ଏକ ବର୍ଣ୍ଣାଢ଼୍ୟ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସରୋଜା ମୁଦୁଲିଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

କଟକ ସଦର ବ୍ଲକ୍ ଆତ୍ମା ସଭାପତି ଶ୍ରୀ ରମା ପ୍ରସାଦ ବିଶ୍ୱାଳ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସମ୍ମାନିତ ଅତିଥି ଭାବେ କିଶୋରନଗର ମଣ୍ଡଳ ସଭାପତି ଚିତ୍ତରଞ୍ଜନ ସାହୁ, ପଞ୍ଚାୟତ ପ୍ରମୁଖ ଅରବିନ୍ଦ ମହାନ୍ତି ଏବଂ ବିଦ୍ୟାଳୟ ପରିଚାଳନା କମିଟି (ଏସ୍‌ଏମ୍‌ସି) ଉପସଭାପତି କଳ୍ପନା ପଣ୍ଡା ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ସେବା ମନୋଭାବ ନେଇ ଆଦର୍ଶ ନାଗରିକ ଭାବେ ଗଢ଼ିଉଠିବାକୁ ଉତ୍ସାହିତ କରିଥିଲେ।

ଏହି ଦିବସ ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକ୍ତୃତା ଓ ରଚନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ବିଭାଗରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ କରକମଳରେ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ ତଥା ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *