Odisha Govt 300x157

ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ: ୪ ବରିଷ୍ଠ ଅଧିକାରୀଙ୍କୁ ନୂଆ ଦାୟିତ୍ୱ

ରାଜ୍ୟ
Spread the love

ଭୁବନେଶ୍ୱର :  ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ ହୋଇଛି। ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ର ୪ ଜଣ ବରିଷ୍ଠ ଅଧିକାରୀଙ୍କୁ ନୂତନ ପଦବୀରେ ଅବସ୍ଥାପିତ କରାଯାଇଛି। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଜ୍ଞପ୍ତି ଅନୁଯାୟୀ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ଶାସନ ସଚିବ ଥିବା ଶ୍ରୀମତୀ ଗୀତାଞ୍ଜଳି ନାୟକ (ଓଏଏସ୍‌-ଏସ୍‌ଏଜି)ଙ୍କୁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ବଦଳି କରାଯାଇଛି।

ସେହିପରି, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗର ଅତିରିକ୍ତ ଶାସନ ସଚିବ ତଥା ପୂର୍ବ ବଦଳି ଆଦେଶ ଅନୁସାରେ ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳସଚିବ ଦାୟିତ୍ୱରେ ଥିବା ଶ୍ରୀମତୀ ନିବେଦିତା ବିଶ୍ୱାଳ (ଓଏଏସ୍‌-ଏସ୍‌ଏଜି)ଙ୍କ ବାଲେଶ୍ୱର ବଦଳି ଆଦେଶକୁ ବାତିଲ କରାଯାଇ ତାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ଅବସ୍ଥାପିତ କରାଯାଇଛି।

ଅନ୍ୟପକ୍ଷରେ, ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିବା ଶ୍ରୀ ତ୍ରିଲୋଚନ ମହାନ୍ତି (ଓଏଏସ୍‌-ଏସ୍‌)ଙ୍କୁ ଭୁବନେଶ୍ୱରସ୍ଥିତ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସଂସ୍ଥାନ (ROTI) ର ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି।

ବାଲେଶ୍ୱର ଏଫ୍‌.ଏମ୍‌. ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳସଚିବ ତଥା ବର୍ତ୍ତମାନ ସାଧାରଣ ପ୍ରଶାସନ ବିଭାଗରେ ଯୋଗ ଦେଇଥିବା ଶ୍ରୀମତୀ କୁଙ୍କୁମିନା ଦାସ (ଓଏଏସ୍‌-ଏସ୍‌)ଙ୍କୁ ବାରିପଦାସ୍ଥିତ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ପ୍ରକଳ୍ପ ନିର୍ଦ୍ଦେଶକ (P.D., R&R) ଭାବେ ଅବସ୍ଥାପିତ କରାଯାଇଛି।

Leave a Reply

Your email address will not be published. Required fields are marked *