ଝଙ୍କଡ଼, ୧୪/୧୧/୨୦୨୬: ତିର୍ତ୍ତୋଲ ବ୍ଲକ୍ ଅନ୍ତର୍ଗତ ମୁଳିସିଂହ, ସହରହାଟ ସ୍ଥିତ ସେଣ୍ଟ ଜାଭିୟର୍ସ ପବ୍ଲିକ୍ ସ୍କୁଲ ପରିସରରେ ଆଜି ଶିଶୁଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ନିର୍ଦ୍ଦେଶକ ବିକ୍ରମ କୁମାର ଜେନା ମୁଖ୍ୟଅତିଥି ଭାବେ ଯୋଗଦେଇ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୀବନଚର୍ଯ୍ୟା ଉପରେ ବକ୍ତବ୍ୟ ରଖିଥିଲେ ଏବଂ ମହାପୁରୁଷମାନଙ୍କ ନୀତି ଓ ଆଦର୍ଶରେ ନିଜକୁ ଗଢ଼ି ତୋଳିବାକୁ ଛାତ୍ରଛାତ୍ରୀମାନଙ୍କୁ ଆହ୍ୱାନ ଦେଇଥିଲେ।
ଅଧ୍ୟକ୍ଷା ଜ୍ୟୋତିର୍ମୟୀ ମହାରଣାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ଅଶୋକ କୁମାର ବେହେରା, ପ୍ରସନ୍ନ କୁମାର ନାୟକ, ମୋନାଲିସା ଭଟ୍ଟ, ପ୍ରିୟଙ୍କା ପ୍ରିୟଦର୍ଶିନୀ ମଣ୍ଡକ, ମିନତୀ ଦାସ, ଉଷାରାଣୀ ମହାନ୍ତି, ମୋନାଲିସା ସାହୁ ଓ ସୁମେୟା ପରୱନୀ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀମାନେ ନିଜ ନିଜର ବକ୍ତବ୍ୟରେ ଶିଶୁଦିବସର ମହତ୍ତ୍ୱ ଓ ବିଶେଷତ୍ୱ ବିଷୟରେ ଆଲୋକପାତ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଥିଲା।
ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ବିଦ୍ୟାର୍ଥୀମାନଙ୍କୁ ମହାପୁରୁଷମାନଙ୍କ ଜୀବନୀ ପୁସ୍ତକ ପ୍ରଦାନ କରାଯାଇ ପୁରସ୍କୃତ କରାଯାଇଥିଲା। ଶେଷରେ ଶିକ୍ଷୟିତ୍ରୀ ସୁଦେଷ୍ଣା ଦାସ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
