ଏଏସ୍‌ଓ ମେରିଟ୍ ଲିଷ୍ଟକୁ ଖାରଜ କଲେ ହାଇକୋର୍ଟ, ୨ ମାସ ମଧ୍ୟରେ ସାନି ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ

ରାଜ୍ୟ
Share

କଟକ: ଏଏସଓ ନିଯୁକ୍ତି ନେଇ ଓପିଏସସିର ମେରିଟ୍ ଲିଷ୍ଟକୁ ଖାରଜ କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଆଗାମୀ ୨ ମାସ ମଧ୍ୟରେ ସାନି ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ।
ଓପିଏସସି ପକ୍ଷରୁ ଏ ଏସ ଓ ପରୀକ୍ଷାରେ ଅନିୟମିତତା ମାମଲା ରିଟ୍ ଆବେଦନରେ ପିଟିସନରଙ୍କ ପକ୍ଷରୁ ଦର୍ଶାଯାଇଥିବା ଯୁକ୍ତିକୁ ବୈଧ ବୋଲି ଦର୍ଶାଇଛନ୍ତି କୋର୍ଟ। ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଶୁଣାଣି କରି କହିଛନ୍ତି ଯେ ପ୍ରକାଶ ପାଇବା ମେରିଟ୍ ଲିଷ୍ଟ ଗ୍ରହଣୀୟ ନୁହେଁ। ଏଣୁ ଓପିଏସସି ନିୟମ ଅନୁଯାୟୀ ଲିଖିତ ପରୀକ୍ଷା ଆଧାରରେ ଆଉ ଥରେ ନଜର ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ମାମଲାର ଶୁଣାଣି ଶେଷ ହୋଇ ରାୟ ସଂରକ୍ଷିତ ଥିଲା।
ସୂଚନାଯୋଗ୍ୟ, ଗତ ଅଗଷ୍ଟ ମାସରେ ୭୯୬ଟି ଏଏସଓ ପଦବି ଲାଗି ଓପିଏସସି ପକ୍ଷରୁ ପରୀକ୍ଷା କରାଯାଇଥିଲା। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ମନୋଜ ମିଶ୍ର ମାମଲାର ପରିଚାଳନା କରୁଥିଲେ।
ଏଠାରେ ଉଲ୍ଲେଖଯୋଗ୍ୟ, ଜଷ୍ଟିସ୍‌ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠରେ ରଜତ କୁମାର ମିଶ୍ର ଓ ଅନ୍ୟମାନଙ୍କ ପକ୍ଷରୁ ଦାୟର ଏ ସଂପର୍କିତ ମାମଲାର ଶୁଣାଣି କରିଥିଲେ। ମାମଲାର ବିବରଣୀରୁ ପ୍ରକାଶ ଯେ ବିବାଦରେ ରହିଥିବା ଏଏସ୍‌ଓ ପରୀକ୍ଷାକୁ ନେଇ କେତେକ ପ୍ରାର୍ଥୀ ଧାରଣା ଦେଇଥିଲେ। ହାଇକୋର୍ଟଙ୍କ ନଭେମ୍ବର ୧୪ର ରାୟ ଅନୁସାରେ ଓପିଏ୍‌ସି ଲିଖିତ ପରୀକ୍ଷାଫଳ ପ୍ରକାଶ କରିଥିଲା। କିନ୍ତୁ ଏହା ପରେ ମଧ୍ୟ ଏଏସ୍‌ଓ ନିଯୁକ୍ତି ପ୍ରକ୍ରିୟାର ବିବାଦ ପିଛା ଛାଡ଼ି ନଥିଲା। ଏଏସ୍‌ଓ ପରୀକ୍ଷାରେ ନିୟମ ଉଲ୍ଲଂଘନ ହୋଇଛି। ନିୟମ ଅନୁସାରେ ମେଧା ତାଲିକା ପ୍ରସ୍ତୁତ କରାଯାଇ ନାହିଁ ବୋଲି ଅଭିଯୋଗ ହୋଇଥିଲା। ବିଷୟଭିତ୍ତିକ ସର୍ବନିମ୍ନ ନମ୍ବର ନିୟମ ଲାଗୁ କରାଯିବା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ। ପ୍ରାର୍ଥୀ ବିଭିନ୍ନ ବିଷୟରେ ରଖି ଥିବା ସର୍ବମୋଟ ନମ୍ବରକୁ ନେଇ ମେଧା ତାଲିକା ପ୍ରକାଶ କରାଯିବା କଥା। ଏପରି ନିୟମ ୨୦୧୮-୧୯ରେ ଅନୁଷ୍ଠିତ ନିଯୁକ୍ତି ପରୀକ୍ଷାରେ ମଧ୍ୟ ଲାଗୁ କରାଯାଇଥିଲା। କିନ୍ତୁ ଏଥର ନୂଆ ନିୟମ ଲାଗୁ କରି ଲିଖିତ ପରୀକ୍ଷାଫଳ ପ୍ରକାଶ କରାଯାଇଥିଲା।

Leave a Reply

Your email address will not be published. Required fields are marked *