ଭୁବନେଶ୍ବର: ବିଜେଡିର ବହୁ ପ୍ରତିକ୍ଷୀତ ଅବଶିଷ୍ଟ ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରୁ ବିଧାନସଭା ପ୍ରାର୍ଥୀ ଘୋଷଣା କରାଯାଇଛି।
କୋରେଇରୁ ସନ୍ଧ୍ୟାରାଣୀ ଦାସ ପ୍ରାର୍ଥୀ ହୋଇଥିବାବେଳେ ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନ ଏବଂ ନୀଳଗିରି ଆସନରୁ ସୁକାନ୍ତ କୁମାର ନାୟକଙ୍କୁ ପ୍ରାର୍ଥୀ କରାଯାଇଛି। ସନ୍ଧ୍ୟାରାଣୀ ଦାସ ବିଜେଡି ସଂଗଠନ ସମ୍ପାଦକ ବବି ଦାସଙ୍କ ମା’।