Puri

ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍‌ ସର୍ଭେ ରିପୋର୍ଟ

ରାଜ୍ୟ
Share

ପୁରୀ : ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍‌ ସର୍ଭେ ରିପୋର୍ଟ। ଶ୍ରୀମନ୍ଦିର ପ୍ରଶାସନର ଏହି ରିପୋର୍ଟ ହସ୍ତଗତ ହୋଇଥିବା ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ। ଏଏସଆଇ ପକ୍ଷରୁ ଏହି କାର୍ଯ୍ୟ ପାଇଁ ହାଇଦ୍ରାବାଦ ସ୍ଥିତ ଏନଜିଆରଆଇ ସହାୟତା ନିଆଯାଇଥିଲା।
ଶ୍ରୀମନ୍ଦିରର ସ୍ଥାୟିତ୍ୱ ଏବଂ ସୁରକ୍ଷା ପ୍ରତି ଶ୍ରୀମନ୍ଦିର ପ୍ରଶାସନ ସର୍ବଦା ଯତ୍ନବାନ ରହିଛି। ତେଣୁ ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ। ତା’ସହ ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ସହଯୋଗ କରିବ ବୋଲି ସେ ଦର୍ଶାଇଛନ୍ତି।

Leave a Reply

Your email address will not be published. Required fields are marked *