Biju 750x430

ବିଧାନସଭାରେ ବିଜୁ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ
Spread the love

ଭୁବନେଶ୍ଵର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ବୁଧବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସର​‌ରେ ବିଜୁ ବାବୁଙ୍କୁ ଆଧୁନିକ ଓଡ଼ିଶାର ନିର୍ମାତା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ ମୁଖ୍ୟମନ୍ତ୍ରୀ ଭାବେ ଓଡ଼ିଶା ପ୍ରତି ତାଙ୍କ ଅବଦାନ ଅତୁଳନୀୟ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ବାଚସ୍ପତି ସୁରମା ପାଢୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସମେତ ମନ୍ତ୍ରୀ ଓ ବିଧାୟକ ବୃନ୍ଦ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *